ବିଜେଡି ଦେବ ୨୭% OBC ପ୍ରାର୍ଥୀ

ପଞ୍ଚାୟତ ନିର୍ବାଚନ ସମେତ ଅନ୍ୟ ସମସ୍ତ ନିର୍ବାଚନରେ ୨୭% ପଛୁଆବର୍ଗକୁ କରିବ ପ୍ରାର୍ଥୀ,ଅନ୍ୟ ଦଳକୁ ବି ଦେଲେ ଆହ୍ବାନ..

ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବିଜେଡି । ଓବିସି ସଂରକ୍ଷଣ ପ୍ରସଙ୍ଗରେ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କୃଷିମନ୍ତ୍ରୀ ଅରୁଣ ସାହୁ ଘୋଷଣା କରିଛନ୍ତି । ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବୋଲି ବିଜେଡି ପକ୍ଷରୁ ଘୋଷଣା କରାଯାଇଛି । ପଛୁଆ ବର୍ଗର ପ୍ରାର୍ଥୀଙ୍କୁ ୨୭% ସଂରକ୍ଷଣ ଦେବ ବିଜୁ ଜନତା ଦଳ । ତେବେ ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା କରିବାକୁ ବିଜେଡି ଆହ୍ବାନ ଦେଇଛି । ବିଧାନସଭା ଓ ଲୋକସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରିବାକୁ ବିଜେଡି ଦାବି କରିଛି ।, ବିଜେଡି ଦେବ ୨୭% OBC ପ୍ରାର୍ଥୀତେବେ କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀ ଓ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀରେ ସଂରକ୍ଷଣ ସୁବିଧା ପାଉଛନ୍ତି । ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ୍ ବଳରେ ରାଜ୍ୟ ସରକାର ଚାହିଁଲେ କୌଣସି ଯୋଗ୍ୟ ଜାତିକୁ ଏସଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।, ବିଜେଡି ଦେବ ୨୭% OBC ପ୍ରାର୍ଥୀଅନ୍ୟପକ୍ଷରେ ରାଜ୍ୟ ସରକାର କୌଣସି ଜାତିକୁ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଜାତୀୟ ପଛୁଆବର୍ଗ କମିଶନଙ୍କୁ ତଥ୍ୟ ଦେବା ସହିତ ଉପଯୁକ୍ତ ଦାବି ଉପସ୍ଥାପନ କରିବାକୁ ପଡିଥାଏ । ଯଦି ତାହା କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ହୁଏ ତେବେ ସେହି ଜାତି ଓବିସି ତାଲିକାଭୁକ୍ତ ହୁଏ । ଅଗଷ୍ଟ ୨୦୧୮ ମସିହା ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଏବଂ ଉପଜାତି ଓବିସି ତାଲିକା ଅନ୍ତଭୁକ୍ତ ହୋଇଛି । ସଂରକ୍ଷଣ ସୀମା ୫୦ ପ୍ରତିଶତ ଥିବାରୁ ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ଏସଇବିସିମାନଙ୍କୁ ମାତ୍ର ୧୧.୨୫ପ୍ରତିଶତ ସଂରକ୍ଷଣ ମିଳୁଛି ।

Post Your View

Leave a Reply

Your email address will not be published. Required fields are marked *

Back to top button