ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଦିବସ ଅବସରରେ ବରପୁତ୍ରଙ୍କୁ ସମ୍ମାନ । କଟକ ଗୋପବନ୍ଧୁ ଛକରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମୁଖ୍ୟମନ୍ତ୍ରୀ ବେଲଭ୍ୟୁ ଛକରେ ମହାତ୍ମଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ କୋଭିଡ ସ୍ଥିତିକୁ ଦେଖି କମିସନରେଟ ପୁଲିସ ପକ୍ଷରୁ ଭିଡ ନିୟନ୍ତ୍ରଣ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।, ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି ବା Statue of Humanity ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତି ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।, ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି ।   ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ୱକୁ ଭାରତର ଶ୍ରେଷ୍ଠ ଅବଦାନ।   ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି ।, ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ,  ମନ୍ତ୍ରୀ ପ୍ରତାପ ଜେନା, ଏମପି ଭତୃହରି ମହତାବ, ଏମପି ସୁବାସ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Post Your View

Leave a Reply

Your email address will not be published. Required fields are marked *

Back to top button