ଦିଲିପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା

କୋଇଲା ଦୁର୍ନିତୀରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ । କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ୱତନ୍ତ୍ର ସିବିଆଇ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବାର କିଛି ସମୟ ପରେ ତାଙ୍କୁ ଜାମିନ ମିଳିଛି। ଦିଲୀପ ରାୟଙ୍କ ସହ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ଜାମିନ ମିଳିଥିବା ଜଣାଯାଇଛି। ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ବେଲବଣ୍ଡରେ ଦିଲୀପ ରାୟଙ୍କୁ ଜାମିନ ମିଳିଥିବା ଜଣାଯାଇଛି।

, ଦିଲିପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

୧୯୯୯ ମସିହାର କୋଇଲା ଦୁର୍ନୀତି ମାମଲାରେ ଦିଲୀପଙ୍କ ସହ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ଅଦାଲତ ପୂର୍ବରୁ ଦୋଷୀ ସାବ୍ୟସ୍ତ କରିଥିଲେ। ସେହିପରି କାଷ୍ଟନ୍ ଟେକନୋଲୋଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡକୁ ମଧ୍ୟ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା।

, ଦିଲିପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିଲେ ଏବଂ ପ୍ରତିପକ୍ଷଙ୍କ ଆଇନଜୀବୀମାନେ ଅଭିଯୁକ୍ତଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେ କୋହଳ ଦଣ୍ଡ ଘୋଷଣା କରିବାକୁ ନିବେଦନ କରିଥିଲେ। ସେହିପରି କାଷ୍ଟନ ଟେକନୋଲଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଓ କାଷ୍ଟନ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ।

Post Your View

Leave a Reply

Your email address will not be published. Required fields are marked *

Back to top button