ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ

ହାଇଦର ମୃତ୍ୟୁ ନେଇ ପୋଲିସ ପକ୍ଷରୁ ସୂଚନା । ଖସି ପଳାଉଥିବା ବେଳେ ଏନକାଉଣ୍ଟର କରିଥିଲା ପୋଲିସ । ଗୁରୁତର ଅବସ୍ଥାରେ ହାଇଦରକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିଲା ପୋଲିସ । ହାଇଦରର ପେଟରେ ଗୁଳି ବାଜିଥିବା ନେଇ ସୂଚନା ମିଳିଥିଲା । ଆଜି ବାଲେଶ୍ୱର ସିମୁଳିଆରେ ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟ ହୋଇଥିଲା । ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର କରାଯିବା ବେଳେ ଖସି ପଳାଇବାକୁ ଉଦ୍ୟମ କରୁଥିଲା ହାଇଦର । ଦୌଡି ପଳାଉଥିବା ବେଳେ ଜଣେ ପୋଲିସ ସବ ଇନ୍ସପେକ୍ଟର ହାଇଦର ଉପରକୁ ଗୁଳି କରିଥିଲେ । ଗୁଳିମାଡ ପରେ ଆହାତ ହାଇଦରକୁ ବାଲେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।, ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତଏନ୍‌କାଉଣ୍ଟର ପରେ ତାକୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଉଛି। ଏବେ ତାଙ୍କର ଚିକିତ୍ସା ଚାଲିଛି। କଟକ ଚୌଦ୍ୱାର ଜେଲ୍‌ରୁ ଆଜି ଗ୍ୟାଙ୍ଗଷ୍ଟର ହାଇଦରକୁ ବାରିପଦା ଜେଲ୍‌କୁ ନିଆଯାଉଥିଲା। ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ପରିସ୍ରା କରିବାକୁ କହିଥିଲା ହାଇଦର। ପରିସ୍ରା କରୁଥିବା ବେଳେ ସୁରକ୍ଷା କର୍ମୀଙ୍କ ସହିତ ଧସ୍ତାଧସ୍ତି କରିଥିଲା। ଏପରିକି ସୁରକ୍ଷା କର୍ମୀଙ୍କଠାରୁ ବନ୍ଧୁକ ଛଡ଼ାଇ ପଳାଇବାକୁ ଉଦ୍ୟମ କରିଥିଲା। ପରେ ଇନ୍ସପେକ୍ଟର ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ହାଇଦର ପେଟରେ ବାଜିଛି ଗୁଳି। ତାଙ୍କୁ ବାଲେଶ୍ୱର ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଏନ୍‌କାଉଣ୍ଟର ନେଇ ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ।, ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତସୂଚନାଯୋଗ୍ୟ, ୨୦୦୫ରେ ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲ ନିକଟରେ ଗ୍ୟାଙ୍ଗଷ୍ଟର ସେକ୍‌ ସୁଲେମାନର ଭାଇ ସେକ୍‌ ଚୁନା ଓରଫ ମାଲିକ ହନନ୍‌କୁ ହତ୍ୟା ଘଟଣାରେ ହାଇଦର ସମେତ ଅନ୍ୟ ସାତଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ସେମାନଙ୍କୁ ୨୦୧୧ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରେ ୨୦୧୪ରେ ହାଇଦର ପାରୋଲରେ ଆସିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଖଣି ମାଲିକ ରଶ୍ମୀ ରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲାରେ ହାଇଦର୍‌ର ସମ୍ପୃକ୍ତି ସାମ୍ନାକୁ ଆସିବା ପରେ ପୁଲିସ ତାକୁ ଗିରଫ କରିଥିଲା।, ପୋଲିସ ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ୨୦୧୫ରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜ୍‌ କୋର୍ଟ ଏହି ୨ଟି ମାମଲାରେ ହାଇଦରକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ। ଏହାପରେ ସେ ଝାରପଡା ଜେଲ୍‌ରେ ସଜା କାଟୁଥିଲା। ପରେ ୨୦୧୭ରେ ହାଇଦରକୁ ସମ୍ବଲପୁର ସର୍କଲ ଜେଲ୍‌କୁ ପଠାଇ ଦିଆଯାଇଥିଲା। ତେବେ କିଛି ଦିନ ପୂର୍ବେ ସେ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ତାକୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଭଲ ‌ନହେବାରୁ ତାକୁ ଗତ ମାର୍ଚ୍ଚ ୨୩ ତାରିଖରେ ସମ୍ବଲପୁର ଜେଲ୍‌ରୁ କଟକ ବଡ଼ ଡାକ୍ତରଖାନାକୁ ଆସିଥିଲା ହାଇଦର। ତେବେ ଏପ୍ରିଲ୍‌ ୧୦ ତାରିଖ ଅପରାହ୍ଣ ୪ଟାରୁ ସାଢ଼େ ୪ଟା ମଧ୍ୟରେ କଟକ ବଡ଼ ଡାକ୍ତରଖାନାରୁ ସେ ଫେରାର ହୋଇଯାଇଥିଲା।

Post Your View

Leave a Reply

Your email address will not be published. Required fields are marked *

Back to top button