ଆଗମୀ ଦିନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେବେ ସମଗ୍ର ଓଡିଶା। ଆଗାମୀ କିଛି ଦିନ ଏଥିରୁ ନିସ୍ତାର ମିଳିବାର ସମ୍ଭାବନା ନାହିଁ। ପାଣିପାଗ ବିଭାଗ ତରଫରୁ ଅନେକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ପଶ୍ଚିମ ଓଡ଼ିଶାର ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି ଓ ଅନୁଗୁଳ ପ୍ରମୁଖ ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ରାଜ୍ୟର ଏହି ୧୧ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ପ୍ରବାହିତ ହେବାକୁ ଥିବା ଗ୍ରୀଷ୍ମ ପ୍ରବାହ କାଳରେ ଅଂଶୁଘାତର ଆଶଙ୍କା ରହିଥିବାରୁ ଏହି ୧୧ଟି ଜିଲ୍ଲାରେ ବୃଦ୍ଧ ଓ ଶିଶୁମାନଙ୍କୁ ସକାଳ ୮ଟା ପରଠାରୁ ଦିନ ଦୁଇଟା ପର୍ଯ୍ୟନ୍ତ ପଦାକୁ ନ ବାହାରିବା ପାଇଁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

Post Your View

Leave a Reply

Your email address will not be published. Required fields are marked *

Back to top button
Close