ଚାଷୀଙ୍କ ପାଇଁ ଆସୁଛି ଭଲ ଖବର

୪ ଓ ୫ରେ ସାରା ଓଡିଶାରେ ପ୍ରବଳ ବର୍ଷା

ରାଜ୍ୟରେ ମରୁଡି ଭଳି ସ୍ଥିତି ହୋଇଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ମିଳିଛି ଆଶ୍ୱସ୍ଥିକର ଖବର । ଆସନ୍ତା ୪ ତାରିଖରେ ଉତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତର ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାନେଇ ସୂଚନା ମିଳିଛି । ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେସବୁ ଅଞ୍ଚଳ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କଟକ, ଅନୁଗୁଳ, ଢେଙ୍କାନାଳ, ଗଂଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୪ ଏବଂ ୫ ତାରିଖ ବେଳକୁ ଓଡ଼ିଶାର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Post Your View

Leave a Reply

Your email address will not be published. Required fields are marked *

Back to top button
Close