୫-ଟିରେ ସାମିଲ ହେଲା ଏମଏସଏମଇ ବିଭାଗ

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ- ମୁଖ୍ୟମନ୍ତ୍ରୀ

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ । ଏହି କ୍ଷେତ୍ରର ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଲୋକାର୍ପଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପ ହେଉଛି ଆମ ଅର୍ଥନୀତିର ବିକାଶର ଆଧାର । ଏହି କ୍ଷେତ୍ରରେ ହିଁ ଅଧିକ ଲୋକ କର୍ମନିଯୁକ୍ତି ପାଇଥାନ୍ତି । ତେଣୁ ଏହିସବୁ ଶିଳ୍ପ ଗୁଡିକର ପୂର୍ଣ୍ଣ କ୍ଷମତାର ଉପଯୋଗ ପାଇଁ ରାଜ୍ୟ ସରକାର ଏକ ସହାୟକ ବାତାବରଣ ସୃଷ୍ଟି କରିବା ସହିତ ସବୁପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ମହାମାରୀ ସମୟରେ ସାରା ବିଶ୍ୱର ଅର୍ଥନୀତି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଗୁଡିକ ଅତ୍ୟନ୍ତ କଠିନ ଆର୍ଥିକ ପରିସ୍ଥିତି ଦେଇ ଗତି କରୁଛନ୍ତି । ସରକାର ସେମାନଙ୍କୁ ସହାୟତା ଯୋଗାଇବା ପାଇଁ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ ।, ୫-ଟିରେ ସାମିଲ ହେଲା ଏମଏସଏମଇ ବିଭାଗରାଜ୍ୟ ସରକାରଙ୍କର ସ୍ୱଚ୍ଛ ନୀତି ଏବଂ ବୈଷୟିକ ଜ୍ଞାନକୌଶଳର ଉପଯୋଗ ଦ୍ୱାରା ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆସିଛି । କରୋନା ମହାମାରୀ ସତ୍ତ୍ୱେ ଓଡିଶାରେ ଗତ ୧୦ ମାସ ମଧ୍ୟରେ ୧,୧୭,୦୦୦ କୋଟି ଟଙ୍କାର ପୁଞ୍ଜି ଆଣିବାରେ ଓଡିଶା ସଫଳ ହୋଇଛି । ଏହାଦ୍ୱାରା ୫୩ ହଜାରରୁ ଅଧିକ ଯୁବକଯୁବତୀମାନଙ୍କ ପାଇଁ କର୍ମ ନିଯୁକ୍ତି ହୋଇପାରିଛି ।  କ୍ଷୁଦ୍ର, ମଧ୍ୟମ ଓ ଅଣୁ ଉଦ୍ୟୋଗୀମାନେ ଯେପରି ସରକାରଙ୍କର ବିଭିନ୍ନ ଯୋଜନାର ସୁବିଧା ନେଇପାରିବେ, ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ଅଣୁ, କ୍ଷୁଦ୍ର ଓ ମଧ୍ୟମ ବିଭାଗକୁ ଧନ୍ୟବାଦ ଦେଇଥିଲେ ।, ୫-ଟିରେ ସାମିଲ ହେଲା ଏମଏସଏମଇ ବିଭାଗ୫-ଟି ଅଧିନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ଦ୍ୱାରା ଆରମ୍ଭ କରାଯାଇଥିବା ୧୧ଟି ଅନ୍‌ଲାଇନ ସେବା ହେଉଛି ରପ୍ତାନୀ ପ୍ରୋତ୍ସାହନ ଓ ବିପଣନ ପାଇଁ ଅଣୁ, କ୍ଷୁଦ୍ର ଉଦ୍ୟୋଗ ଗୁଡିକର ପଞ୍ଜୀକରଣ ପ୍ରମାଣ ପତ୍ର, ମୂଲ୍ୟ ଚୁକ୍ତି ପ୍ରମାଣପତ୍ର, ପ୍ରୟୋଗଶାଳା ମାନ ପରୀକ୍ଷାର ବିବରଣୀ, ରପ୍ତାନୀ ପ୍ରୋତ୍ସାହନ ସହାୟତା, ଅଣୁ, କ୍ଷୁଦ୍ର ଉଦ୍ୟୋଗ ଗୁଡିକର ପ୍ରମାଣ ପତ୍ର ନବୀକରଣ, ଯୋଗାଣ ପୂର୍ବ ଓ ଯୋଗାଣ ପର  ନିରୀକ୍ଷଣ ସେବା, ଖଦୀ ଓ ଗ୍ରାମଦ୍ୟୋଗ ବୋର୍ଡ ପ୍ରମାଣପତ୍ର ପାଇବା ପାଇଁ ସୁପାରିଶ, ଓଡିଶା ଖଦୀ ଓ ଗ୍ରାମଦ୍ୟୋଗ ବୋର୍ଡ ଦ୍ୱାରା ଖଦୀ ଉଦ୍ୟୋଗ ମାନଙ୍କୁ ଦିଆଯାଉଥିବା ରିହାତି, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମ ଦ୍ୱାରା ବିଭିନ୍ନ ବିଭାଗମାନଙ୍କୁ ବ୍ୟବସାୟିକ ସଂଗଠନ  ମାଧ୍ୟମରେ ସାମଗ୍ରୀ ଯୋଗାଣ, ଓଡିଶା ରାଜ୍ୟ ଅର୍ଥ ନିଗମ ଦ୍ୱାରା ଦିଆଯାଉଥିବା ବକେୟା ନଥିବା ପ୍ରମାଣପତ୍ର ଏବଂ ଓଡିଶା ରାଜ୍ୟ ଅର୍ଥ ନିଗମ ଦ୍ୱାରା ଓ୍ୱାନ ଟାଇମ ସେଟେଲମେଣ୍ଟ ବ୍ୟବସ୍ଥା । ଏହିସବୁ ସେବା ଗୁଡିକ odishamsme.nic.in ରେ ଉପଲବ୍ଧ ହେବ । ଉଦ୍ୟୋଗୀମାନେ ସରକାରୀ ଦପ୍ତରକୁ ନଆସି, ନିଜ ସୁବିଧା ଅନୁସାରେ ଅନ୍‌ଲାଇନରେ ବିଭିନ୍ନ ସରକାରୀ ସେବା ଓ ସୁଯୋଗ ଗୁଡିକର ଲାଭ ପାଇପାରିବେ । ସୂଚନାଯୋଗ୍ୟ ଯେ ପୂର୍ବରୁ ବିଭାଗର ୧୨ଟି ଗୁରୁତ୍ବପୂର୍ଣ୍ଣ ସେବା ଅନ୍‌ଲାଇନ ଜରିଆରେ ମିଳିପାରୁଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ବିଭାଗୀୟ ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଓଡିଶା କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ, ଖଦୀ ବୋର୍ଡର ଅଧ୍ୟକ୍ଷ ଶ୍ରୀ ସଂଗ୍ରାମ ପାଇକରାୟ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

Post Your View

Leave a Reply

Your email address will not be published. Required fields are marked *

Back to top button