ବନ୍ଦେ ଉତ୍କଳ ଜନନୀ

ପ୍ରଥମ ଭାଷା ଭିତିକ ରାଜ୍ୟ ଭାବେ ୧୯୩୬ରେ ହୋଇଥିଲା ଗଢା..

ଆଜି ଉତ୍କଳ ଦିବସ । ୧୯୩୬ ମସିହାରେ ପ୍ରଥମ ଭାଷା ଭିତିକ ରାଜ୍ୟ ଭାବେ ଗଢା ହୋଇଥିଲା ଓଡିଶା । ଆଜି ଓଡିଶାର ବରପୁତ୍ରଙ୍କୁ ଶ୍ରଦ୍ଧାଂଜଳି ଜଣାଉଛି ସାରାରାଜ୍ୟ । ପ୍ରାୟ ପାଞ୍ଚ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ଖଣ୍ତ-ବିଖଣ୍ତିତ ହୋଇ ରହିବା ପରେ, ଏହି ଦିନରେ ଓଡ଼ିଶା ଏକତ୍ର ହୋଇଥିଲା।, ବନ୍ଦେ ଉତ୍କଳ ଜନନୀଏକଦା ନିଜର କଳା-ସ˚ସ୍କୃତି, ଭାଷା-ସାହିତ୍ୟ, ବାଣିଜ୍ୟ-ବ୍ୟବସାୟ ଓ ସାମାଜିକ-ସାମରିକ ପରମ୍ପରା ପାଇଁ ଏହି ରାଜ୍ୟ ବିଶେଷ ଭାବେ ପରିଚିତ ଥିଲା । କ୍ରମେ ଏକାଧିକ କାରଣରୁ ପ୍ରଥମେ ଏହାର ସ୍ବାଧୀନତା ଏବ˚ ପରେ ସାମାଜିକ ନିରାପତ୍ତା, ଭାଷା ଓ ସ˚ସ୍କୃତି ଆଦି ସବୁ କିଛି ବିପନ୍ନ ହୋଇଥିଲା । ଏହାର ଭୌଗୋଳିକ ସୀମା ସଙ୍କୋଚନ ପରେ, ଅଣଓଡ଼ିଆମାନେ, ତତ୍‌କାଳୀନ ବ୍ରିଟିସ୍‌ ସରକାରକୁ ପ୍ରଭାବିତ କରି, ଏହାକୁ ଖଣ୍ତ ଖଣ୍ତ କରି ବାଣ୍ଟିନେବାକୁ ମସୁଧା କରିଥିଲେ । ଏପରିକି କେତେକ ବଙ୍ଗୀୟ ପ୍ରକାଶ୍ୟରେ, ଓଡ଼ିଆ ଏକ ସ୍ବତନ୍ତ୍ର ଭାଷା କି ଜାତି ନୁହେଁ, ଏଣୁ ଏହାକୁ ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା ନ ଦେଇ, ବାଂଲା ଭାଷାଭାଷୀ ଅଞ୍ଚଳରେ ମିଶାଇଦେବା ପାଇଁ ମତ ଦେଇଥିଲେ ।, ବନ୍ଦେ ଉତ୍କଳ ଜନନୀପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବା ବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ୍ ଅଧୀନରେ ଥିଲା।ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, କଥା ସମ୍ରାଟ ଫକୀରମୋହନ ସେନାପତି, କବିବର ରାଧାନାଥ ରାୟ ବନ ବିଦ୍ୟାଳୟର ମାର୍ଗଦର୍ଶକ ନୀଳକଣ୍ଠ ଦାସ  ପ୍ରାଚୀନ ଏହି ଓଡ଼ିଆ ଭାଷାର ମହତ୍ଵକୁ ପ୍ରତିପାଦିତ କରାଇଥିଲେ ।

Post Your View

Leave a Reply

Your email address will not be published. Required fields are marked *

Back to top button